ସାରା ରାଜ୍ୟରେ ପ୍ରବଳ ବର୍ଷିବ

6

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶା ଛୁଇଁଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସ୍ପଷ୍ଟ କରାଯÿାଇଛି । ମୌସୁମୀ ଏବେ ଓଡ଼ିଶାର ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, ବରଗଡ଼, ବଲାଙ୍ଗୀର, ସୋନପୁର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀର କିଛି ଅଂଶକୁ ଛୁଇଁଛି । ଆଗାମୀ ୪୮ ଘଂଟା ମଧ୍ୟରେ ମୌସୁମୀ ସମଗ୍ର ଓଡ଼ିଶାକୁ ଛୁଇଁବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି । ଅପରପକ୍ଷରେ ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସମଗ୍ର ଓଡ଼ିଶା, ପଶ୍ଚିମବଙ୍ଗ, ଝାରଖଣ୍ଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ସତର୍କତା ଜାରି କରାଯାଇଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୧୧ ତାରିଖ ସକାଳ ସୁଦ୍ଧା ରାଜ୍ୟର ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ବୌଦ୍ଧ, ଗଂଜାମ, କନ୍ଧମାଳ, କଳାହାଣ୍ଡି, ସୁବର୍ଣ୍ଣପୁର, ବଲାଙ୍ଗୀର, ନୟାଗଡ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାଗୁଡିକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ବରଗଡ, ଢେଙ୍କାନାଳ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ ଓ ୧୨ ତାରିଖ ରାଜ୍ୟର କିଛି ଜିଲ୍ଲାରେ ଭୀଷଣ ବର୍ଷା ହେବାର ଆଶଙ୍କା ରହିଛି । ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ମଧ୍ୟରେ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ, ସୁବର୍ଣ୍ଣପୁର, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ନେଇ ରେଡ୍ ୱାର୍ଣ୍ଣିଂ ଜାରୀ କରାଯାଇଛି ।େ ସହିପରି ଗଂଜାମ, କଟକ, ଅନୁଗୁ, , ସମ୍ବଲପୁର, ବରଗଡ, ନବରଙ୍ଗପୁର, ନୂଆପଡା , ମାଲକାନଗିରି, କୋରାପୁଟ ଓ କେନ୍ଦ୍ରାପଡା ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା, ଗଜପତି, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ମଧ୍ୟରେ ନୂଆପଡା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ, କଳାହାଣ୍ଡି, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଓ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ , ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ନୟାଗଡ, କଟକ, ଢେଙ୍କାନାଳ , ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ ଦେବଗଡ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଏବଂ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଂଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ଯୋଗୁଁ ଅକସ୍ମାତ୍ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ । ସେହିପରି ମାଟିରାସ୍ତା ଧସିଯିବା,ବିପଦସଙ୍କୁଳ ଅବସ୍ଥାରେ ଥିବା କୋଠା କ୍ଷତିଗ୍ରସ୍ତ ହେବା, ପାହାଡ଼ିଆ ଅଂଚଳରେ ଭୂ-ସ୍ଖଳନ ଓ ମ୍ୟୁନିସିପାଲିଟି ଅଂଚଳରେ ଯାତାୟାତ ବାଧାପ୍ରାପ୍ତ ହୋଇପାରେ । ଏଥିଯୋଗୁଁ ପନିପରିବା ଚାଷ ମଧ୍ୟ ନଷ୍ଟ ହେବାର ସମ୍ଭାବନା ରହିଛି । ବିଭିନ୍ନ ଅଂଚଳରେ ଝଡ଼ବର୍ଷା ସହ ଘଂଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ୧୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।